7 ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, "ତୁମ୍ଭେ ମୋʼ ସଙ୍ଗେ ଶୟନ କର।" 8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, "ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। 9 ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?"
10 ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ। 11 ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା। 12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି "ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;" ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।