Pular para o conteúdo
Publicidade

ଆଦି ପୁସ୍ତକ 45:1,4,5,15

ଭାଇମାନଙ୍କୁ ଯୋଷେଫଙ୍କ ପରିଚୟ ପ୍ରଦାନ

1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, "ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।" ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।

4 ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, "ବିନୟ କରୁଅଛି, ମୋʼ ପାଖକୁ ଆସ," ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, "ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ। 5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।

15 ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.