11 ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ। 12 ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।