6 ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ; 7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।
8 ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; 9 ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
10 ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; 11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। 12 ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।