3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। 5 ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି,
"ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି
ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
6 ହୋମବଳି ଓ ପାପାର୍ଥକ ବଳିରେ
ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।"
7 ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି,
"ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।"
8 ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ) 9 ତତ୍ପରେ ସେ କହନ୍ତି, "ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।" ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି। 10 ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।