35 ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
36 ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ। 37 ଯେପରି ଶାସ୍ତ୍ରରେ ଲେଖାଅଛି,
"କାରଣ ଆଉ ଅତି ଅଳ୍ପ ସମୟ ମାତ୍ର,
ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ
ଓ ବିଳମ୍ବ କରିବେ ନାହିଁ।"
38 ପୁଣି,
"ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ,
କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ,
ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।"
39 ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।