17 ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ, 18 ଇସ୍ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ, 19 କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।