ବିଶ୍ୱାସର ଆଦିକର୍ତ୍ତା ଓ ସିଦ୍ଧଦାତା ଯୀଶୁ
1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।