14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର, 15 କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;