ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମ
7 ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି,
"ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ
8 ପ୍ରାନ୍ତରରେ ପରୀକ୍ଷା ଦିନରେ
ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା,
ସେପରି ଆପଣା ଆପଣା ହୃଦୟ କଠିନ ନ କର,"
12 ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ। 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; 15 ଯେପରି ଶାସ୍ତ୍ରରେ ଉକ୍ତ ଅଛି,
"ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ,
ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା,
ସେପରି ଆପଣା ଆପଣା ହୃଦୟ କଠିନ ନ କର।"