12 କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। 13 ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।