ପ୍ରଧାନ ମହାଯାଜକ ଯୀଶୁ
14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ। 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।