Pular para o conteúdo
Publicidade

ଏବ୍ରୀ 7:23-27

23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, 24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ। 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। 27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.