14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
15 ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।