ହବକ୍କୂକଙ୍କ ପ୍ରଥମ ଅଭିଯୋଗ
2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ?
ମୁଁ "ଦୌରାତ୍ମ୍ୟ" ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ?
କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।