12 ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ!
ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା,
ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା;
ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
14 ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’
15 ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।