Publicidade

Isaías 35

ପବିତ୍ରତାର ପଥ

1 ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ

ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।

2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ;

ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ;

ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।

3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।

4 ଭୀତାନ୍ତଃକରଣମାନଙ୍କୁ କୁହ, "ସାହସିକ ହୁଅ, ଭୟ କର ନାହିଁ;

ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ,

ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।"

5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।

6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ;

କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।

7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ;

ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।

8 ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ;

ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ;

ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।

9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ;

ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;

10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ

ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ;

ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-