10 ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ;
ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।
11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ
ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।