ଈଶ୍ୱରଙ୍କ ଉଦ୍ଧାରର ପ୍ରତିଜ୍ଞା
1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି;
"ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
2 ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ;
ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।