Pular para o conteúdo
Publicidade

ଯିଶାଇୟ 45:1-3

କୋରସ୍‍ ସଦାପ୍ରଭୁଙ୍କ ମାଧ୍ୟମ

1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି,

ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା;

ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;

2 "ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା;

ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;

3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା,

ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.