Pular para o conteúdo
Publicidade

ଯିଶାଇୟ 53:1-5

1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ;

ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।

3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ,

ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।

4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।

ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।

5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;

ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.