5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;
ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ;
ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
7 ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ;
ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ
ସେ ଆପଣା ମୁଖ ଫିଟାଇଲେ ନାହିଁ।