Pular para o conteúdo
Publicidade

ଯିଶାଇୟ 55:1,2,6,7

ଈଶ୍ୱରଙ୍କ କରୁଣା

1 "ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ;

ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।

2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ?

ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।

6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।

7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ;

ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.