3 ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?
ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ;
ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ?
ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର,
ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର
ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,