ଇସ୍ରାଏଲର ଭବିଷ୍ୟତ ଗୌରବ
1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ;
ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।