4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି,
ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ;
ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?