Pular para o conteúdo
Publicidade

ଆୟୁବ 1:13-19

ଆୟୁବଙ୍କ ସନ୍ତାନ ଓ ସମ୍ପଦର ବିନାଶ

13 ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ, 14 ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, "ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ; 15 ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।" 16 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, "ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।" 17 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, "କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।" 18 ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, "ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ; 19 ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.