4 ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ,
ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।
5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା?
ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
6 କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା?
ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
7 ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ
କିଏ ତହିଁର କୋଣ-ପ୍ରସ୍ତର ବସାଇଲା?
8 ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା,
ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
9 ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
10 ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି
ଅର୍ଗଳ ଓ କବାଟ ସ୍ଥାପନ କଲୁ,
11 ‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ
ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ;
ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’