Publicidade

Jonas 3

ନୀନିବୀକୁ ଯୂନସଙ୍କ ଯାତ୍ରା

1 ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; 2 "ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।" 3 ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା। 4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, "ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।" 5 ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।

ନୀନିବୀର ଲୋକଙ୍କ ଅନୁତାପ

6 ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। 7 ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, "ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ; 8 ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ। 9 କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।"

10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।

Veja também

Publicidade
Jonas
Ver todos os capítulos de Jonas
Bíblia Online Bíblia Online

Bíblia Online • Versão: 2026-06-15_21-32-39-