Pular para o conteúdo
Publicidade

ଯୋହନ 1:1-18

ଜୀବନ୍ତ, ଦେହବନ୍ତ ବାକ୍ୟ

1 ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। 2 ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। 3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। 4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ। 5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।

6 ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। 7 ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 8 ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।

9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ। 10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। 11 ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।

14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।

15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି। 16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ। 17 କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା। 18 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।

ବାପ୍ତିଜକ ଯୋହନଙ୍କ ସାକ୍ଷ୍ୟ

(ମାଥିଉ 3:1-12; ମାର୍କ 1:1-8; ଲୂକ 3:1-18)

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.