41 ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ। 42 ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ।
ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍ ପିତର) ନାମରେ ଖ୍ୟାତ ହେବ।"