45 ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
46 ନିଥନିୟେଲ ତାହାଙ୍କୁ ପଚାରିଲେ, "ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?"
ଫିଲିପ୍ପ ତାହାଙ୍କୁ କହିଲେ, "ଆସି ଦେଖ।"
47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, "ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।"
48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।"
49 ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
50 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍-ମହତ୍ ବିଷୟ ଦେଖିବ।" 51 ପୁଣି, ସେ ତାହାଙ୍କୁ କହିଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।"