2 କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ। 3 ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ। 4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;