Pular para o conteúdo
Publicidade

ଯୋହନ 14:1,16-18,26

ଯୀଶୁ ହିଁ ପଥ, ସତ୍ୟ ଓ ଜୀବନ

1 "ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।

16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, 17 ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ। 18 ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି। 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.