ଯୀଶୁ ପ୍ରକୃତ ଦ୍ରାକ୍ଷାଲତା
1 "ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ। 4 ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ। 5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ। 7 ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ। 16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;