4 ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ। 5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।
Publicidade