7 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି। 8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ; 9 ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ; 10 ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; 11 ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।