8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ; 9 ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ; 10 ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; 11 ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।