9 ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର; 11 ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି। 15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
ଯୀଶୁ ସମସ୍ତ ବିଶ୍ୱାସୀମାନଙ୍କ ନିମନ୍ତେ ପ୍ରାର୍ଥନା କରନ୍ତି
20 "ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,