25 କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ। 26 ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, "ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!" 27 ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, "ଦେଖ, ତୁମ୍ଭର ମାତା!" ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।