3 ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।
4 ସେଥିରେ ଯୀଶୁ ତାହାଙ୍କୁ କହିଲେ, "ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।"
5 ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।