ପୁନରୁତ୍ଥିତ ଯୀଶୁଙ୍କ ଶିଷ୍ୟମାନଙ୍କୁ ଦର୍ଶନ
19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ20:19 ସପ୍ତାହର ପ୍ରଥମ ଦିନ ରବିବାର ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କର ଶାନ୍ତି ହେଉ।"