ପିତରଙ୍କୁ ଯୀଶୁଙ୍କ ଆଦେଶ
15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, "ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?" ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, "ମୋହର ମେଷଶାବକମାନଙ୍କୁ ଚରାଅ।"