19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ। 20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ। 21 କିନ୍ତୁ ଯେ କେହି ସତ୍ୟ ଆଚରଣ କରେ, ସେ ଜ୍ୟୋତିଃ ନିକଟକୁ ଆସେ, ଯେପରି ତାହାର କର୍ମସବୁ ଈଶ୍ବରଙ୍କଠାରେ ସାଧିତ ବୋଲି ପ୍ରକାଶିତ ହୁଏ।
Publicidade