3 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।"
4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?
5 ଯୀଶୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।