Pular para o conteúdo
Publicidade

ଯୋହନ 4:19-26

19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି। 20 ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।

21 ଯୀଶୁ ତାହାକୁ କହିଲେ, "ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି। 22 ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ। 23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି। 24 ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।"

25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।

26 ଯୀଶୁ ତାହାକୁ କହିଲେ, "ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.