35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି। 36 ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି। 37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ। 38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।"