21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି। 22 ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି। 23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27 ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
28 ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29 ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।"
30 "ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
31 ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।