25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;