32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି; 33 କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।"
34 ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।